ଶରଧା ବାଲିରେ ୩ ରଥ

0

ଶରଧା ବାଲିରେ ୩ ରଥ। ୩ ଠାକୁରଙ୍କୁ ଦେଖିବାକୁ ଭକ୍ତମାନେ ଗୁଣ୍ଡିଚା ମନ୍ଦିର ପାଖରେ ଭିଡ ଜମାଇଛନ୍ତି । ଜୟ ଜଗନ୍ନାଥ ନାରାରେ ପ୍ରକମ୍ପିତ ହୋଇଛି ଶରଧାବାଲି ।

ରଥ ଯାତ୍ରା ପାଇଁ ଆଜି ଜନସମୁଦ୍ର ପାଲଟିଥିଲା ଶ୍ରୀକ୍ଷେତ୍ର । ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ଜନସମୁଦ୍ର ସୃଷ୍ଟି କରିଥିଲା ବଡଦାଣ୍ଡରେ । ଆଜି ଭକ୍ତ ଭଗବାନଙ୍କ ମଧ୍ୟରେ ଅପୂର୍ବ ମିଳନ ଦେଖିବାକୁ ମିଳିଛି । ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ମାଉସୀ ଘର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ମହାପ୍ରଭୁ । ଶ୍ରଦ୍ଧାର ଦଉଡିରେ ତିନି ଠାକୁରଙ୍କ ରଥକୁ ଟାଣି ଟାଣି ଆଣିଥିଲେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ । ଟାହିଆ ହଲେଇ ହଲେଇ ବାଟ କଢେଇ କଢେଇ ଧାଡି ପହଣ୍ଡିରେ ରଥ ଉପରକୁ ବିଜେ କରିଥିଲେ ଚତୁର୍ଦ୍ଧାବିଗ୍ରହ। ସେ ଦୃଶ୍ୟ ଥିଲା ଅନନ୍ୟ।

ପରେ ତିନିରଥ ଗୋଟିଏ ପରେ ଗୋଟିଏ ଘରଘର ନାଦରେ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡିଥିଲା। ପ୍ରଥମେ ବଡଭାଇ ବଳଭଦ୍ରଙ୍କ ତାଳଧ୍ଵଜ ରଥ,ପରେ ମା ସୁଭଦ୍ରାଙ୍କ ଦେବୀଦଳନ ରଥ ଓ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣାଯାଇଥିଲା। ଦୁଇବର୍ଷ ପରେ ଭକ୍ତ ଓ ରଥାରୂଢ ଭଗବାନଙ୍କ ମହାମିଳନ ହୋଇଥିବା ବେଳେ ପୁଲିସ ବାହିନୀ ଓ ଭକ୍ତ ତିନିରଥ ଟାଣିଥିଲେ।

ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ସଂଖ୍ୟାରେ ଭକ୍ତଙ୍କ ଭିଡ ଜମିଥିବା ବେଳେ ହରିବୋଲ ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ୱନିରେ ସମଗ୍ର ଶ୍ରୀକ୍ଷେତ୍ର ପ୍ରକମ୍ପିତ ହୋଇଥିଲା।

Leave a comment