ଆସନ୍ତା ୨୪ ଘଣ୍ଟାରେ ଘଡଘଡି ସହ ବର୍ଷା ସମ୍ଭାବନା

୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

0

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟର ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ତେଣୁ, ରାଜ୍ୟରେ ଆସନ୍ତା ୩୦ ତାରିଖ ଯାଏଁ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୩ ତାରିଖରେ ଓଡିଶା ଏବଂ ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହେବାକୁ ଯାଉଛି ଘୂର୍ଣ୍ଣିବଳୟ । ଏନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିଥିବା ବେଳେ କିଛି କିଛି ସ୍ଥାନରେ ବର୍ଷା ହୋଇଯାଇଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ନେଇ ୟେଲୋ ୱାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ବିଶେଷ କରି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ ବିଭାଗ । ଯଦି ଏହି ବର୍ଷା ଅବିରତ ଚାଲେ ତେବେ ଓଡିଶାରେ ମୌସୁମୀ ବଷା ସମ୍ପୂର୍ଣ୍ଣ ଛୁଇଁଛି ବୋଲି ବା ବିଶେଷ ଭାବେ ସକ୍ରିୟ ଅଛି ବୋଲି କୁହାଯାଇପାରିବ । ସେପଟେ ଆସନ୍ତାକାଲି(ମଙ୍ଗଳବାର) ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ, ବୌଦ୍ଧ, ସୋନପୁର, ସମ୍ବଲପୁର, ଅନୁଗୋଳ, ଦେଓଗଡ଼, ଝାରସୁଗୁଡା, ସୁନ୍ଦରଗଡ ଓ ବରଗଡ଼ରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । ଦିନର ତାପମାତ୍ରା ବିଶେଷ ବୃଦ୍ଧି ପାଇବ ନାହିଁ ।

ଜୁନ ୧ରୁ ଆଜିସୁଦ୍ଧା ରାଜ୍ୟରେ ୩୭% କମ ବର୍ଷା ହୋଇଛି । ପୁରୀ, ନୟାଗଡ଼ ଓ ଜଗତସିଂହପୁରରେ ସବୁଠାରୁ କମ ଅର୍ଥାତ ୬୦%ରୁ କମ ବର୍ଷା ହୋଇଛି ।
ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡା, କନ୍ଧମାଳ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Leave a comment