ଆଇଏଏସ ସ୍ତରରେ ଅଦଳବଦଳ, ପଢ଼ନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ଆଇଏଏସ ସ୍ତରରେ ଅଦଳବଦଳ ହୋଇଛି । ମୋଟ ୧୦ଜଣ ବରିଷ୍ଠ ପ୍ରଶାସନିକ ଅଫିସରଙ୍କ ଆଜି ବଦଳି ହୋଇଛି । ସେହିପରି ଅନୁଗୋଳ, ଝାରସୁଗୁଡ଼ା, ଜଗତସିଂହପୁର, ରାୟଗଡ଼ା ଓ ସମ୍ବଲପୁର ଆଦି ୫ଟି ଜିଲ୍ଲାରେ ନୂଆ ଜିଲ୍ଲାପାଳ ନିଯୁକ୍ତ ହୋଇଛନ୍ତି ।

ସୂଚନା ଅନୁଯାୟୀ, ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଜାରି ବିଜ୍ଞପ୍ତି ଅନୁସାରେ ଅନୁଗୋଳ ଜିଲ୍ଲାପାଳ ଅନୀଲ କୁମାର ସାମଲଙ୍କୁ କେନ୍ଦ୍ରାଞ୍ଚଳ ଆରଡିସି ଓ ଝାରସୁଗୁଡ଼ା ଜିଲ୍ଲାପାଳ ବିଭୂତି ଭୂଷଣ ପଟ୍ଟନାୟକଙ୍କୁ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ରାୟଗଡ଼ା ଜିଲ୍ଲାପାଳ ଗୁହା ପୁନମ ତାପସ କୁମାରଙ୍କୁ ଜଗତସିଂହପୁର ଜିଲ୍ଲାପାଳ ଭାବେ ବଦଳି କରାଯାଇଥିବାବେଳେ ସମ୍ବଲପୁର ଜିଲ୍ଲାପାଳ ସମର୍ଥ ବର୍ମାଙ୍କୁ ଭୁବନେଶ୍ୱର ମହାନଗର ନିଗମର କମିଶନର ଭାବେ ଅବସ୍ଥାପିତ କରାଯାଇଛି । ଜଗତସିଂହପୁର ଜିଲ୍ଲାପାଳ ଯାମିନୀ ଷଡ଼ଙ୍ଗୀଙ୍କୁ ସ୍ୱାସ୍ଥ୍ୟ ବିଭାଗର ଯୁଗ୍ମ ସଚିବ, ବିଡିଏ ସଚିବ ମନୋଜ କୁମାର ମହାନ୍ତିଙ୍କୁ ଅନୁଗୋଳ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ସେହିପରି ବିଏମସି କମିଶନର ଶୁଭମ ସକସେନାଙ୍କୁ ସମ୍ବଲପୁର ଜିଲ୍ଳାପାଳ, ସ୍ୱାସ୍ଥ୍ୟ ବିଭାଗର ଯୁଗ୍ମ ସଚିବ ବିଭୂତି ଭୂଷଣ ଦାସଙ୍କୁ ଝାରସୁଗୁଡ଼ା ଜିଲ୍ଲାପାଳ, ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ବ୍ୟକ୍ତିଗତ ସଚିବ ପ୍ରମୋଦ କୁମାର ବେହେରାଙ୍କୁ ରାୟଗଡ଼ା ଜିଲ୍ଲାପାଳ, ପର୍ଯ୍ୟଟନ ବିଭାଗର ଅତିରିକ୍ତ ଦାୟିତ୍ୱରେ ଥିବା ଅର୍ଚ୍ଚନା ପଟ୍ଟନାୟକଙ୍କୁ କେବଳ ଓଡ଼ିଶା ଔଷଧ ନିଗମ ଏମଡି ଭାବେ କାର୍ଯ୍ୟ କରିବାକୁ ଦାୟିତ୍ୱ ପ୍ରଦାନ କରାଯାଇଛି ।

Leave a comment