ରଥାରୂଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି

0

ଆଜି ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା। ରତ୍ନବେଦି ଅଭିମୁଖେ ବାହୁଡୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଅଭିମାନିନୀ ମା’ ଲକ୍ଷ୍ମୀଙ୍କର କରିବେ ମାନଭଞ୍ଜନ। ତେବେ ଏହାରି ଭିତରେ ସମାପ୍ତ ହୋଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ବିଜେ ।

ଏବେ ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ଼ ହୋଇସାରିଲେଣି। ଘଣ୍ଟଘଣ୍ଟା ଓ କାହାଳୀ ଶବ୍ଦରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ। ଭୋର ୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲା। ଏହାପରେ ପହଣ୍ଡି ଆରମ୍ଭ ହୋଇଥିଲା। ଶୀଘ୍ର ପହଣ୍ଡି ହେତୁ ଆଜି ରଥଟଣା ବି ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହେବାର ସମ୍ଭାବନା ଦେଖା ଦେଇଛି। ସୂଚନାଯୋଗ୍ୟ, ବାହୁଡ଼ା ଯାତ୍ରା ପରେ ଆସନ୍ତାକାଲି ମହାପ୍ରଭୁଙ୍କର ସୁନାବେଶ। ଜୁଲାଇ ୧୧ରେ ଅଧରପଣା ନୀତି ଓ ଜୁଲାଇ ୧୨ରେ ନୀଳାଦ୍ରୀ ବିଜେ ନୀତି ଅନୁଷ୍ଠିତ ହେବ।

Leave a comment