ସ୍ନାନବେଦି ରେ ଚତୁର୍ଦ୍ଧା ମୂର୍ତ୍ତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦିବ୍ୟସ୍ନାନ କରିବା ପାଇଁ ସ୍ନାନ ମଣ୍ଡପରେ ବିଜେ ହୋଇଛନ୍ତି ଚତୁର୍ଦ୍ଧା ମୂର୍ତ୍ତି। ଏହି ଅବସରରେ ୧୦୮ କୁମ୍ଭ ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ। ବିଧି ମୁତାବକ କାଳିଆ ଠାକୁର ୩୫, ବଡ଼ ଠାକରୁ ୩୩, ଦେବୀ ସୁଭଦ୍ରା ୨୨ ଓ ସୁଦର୍ଶନ ୧୮ ଗରା ଜଳରେ ସ୍ନାନ କରିବେ। ସ୍ନାନ ପରେ ଲକ୍ଷ ଲକ୍ଷ ଭକ୍ତଙ୍କୁ ଗଜାନନ ବେଶରେ ଦର୍ଶନ ଦେବେ ମହାପ୍ରଭୁ।

ସ୍ନାନମଣ୍ଡପରେ ଶ୍ରୀଜିଉଙ୍କ ସ୍ନାନ ନୀତି ପରେ ଅପରାହ୍ନ ୪ଟାରୁ ୫ଟା ମଧ୍ୟରେ ହାତୀବେଶ ରେ ଏବଂ ସଂଧ୍ୟା ୭ଟା ୩୦ରୁ ୯ଟା ୩୦ ଯାଏଁ ସାହାଣମେଲା ଦର୍ଶନ ହେବ। ଭକ୍ତଙ୍କ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ କୁ ଦୃଷ୍ଟି ରେ ରଖି ୪୨ ପ୍ଳାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି।

Leave a comment