କଣ୍ଠଶିଳ୍ପୀ ବାଣୀ ଜୟରାମଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ସୁନାମଧନ୍ୟା କଣ୍ଠଶିଳ୍ପୀ ବାଣୀ ଜୟରାମଙ୍କର ଆଜି ପରଲୋକ ହୋଇଛି। ବାଣୀ ଜୟରାମଙ୍କର ଆଜି ଚେନ୍ନାଇ ସ୍ଥିତ ବାସଭବନରେ ଦେହାନ୍ତ ହୋଇଯାଇଛି । ଦେଶର ଏହି ପ୍ରଖ୍ୟାତ କଣ୍ଠଶିଳ୍ପୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରୁଛନ୍ତି।
ମୁଖ୍ୟମନ୍ତ୍ରୀ ଟ୍ବିଟ୍ କରି କହିଛନ୍ତି ‘ବିଶିଷ୍ଟ ପ୍ରଚ୍ଛଦପଟ ଗାୟିକା ବାଣୀ ଜୟରାମଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଅନେକ ଲୋକପ୍ରିୟ ଓଡ଼ିଆ ଚଳଚିତ୍ରରେ କଣ୍ଠଦାନ କରି ସେ ପ୍ରତିଷ୍ଠା କରିଥିବା କୀର୍ତ୍ତିମାନ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।’