ଭୁବନେଶ୍ୱରର ଟ୍ରାଫିକ ସମସ୍ୟା ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ; ସ୍ଥିତି ଅନୁଧ୍ୟାନ କଲେ 5ଟି ସଚିବ

0

ଭୁବନେଶ୍ୱର ର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ଗାଡ଼ି ମୋଟର ସଂଖ୍ୟା ରେ ମଧ୍ୟ୍ୟ ବୃଦ୍ଧି ଘଟୁଛି । ଏହା ଦ୍ୱାରା ଟ୍ରାଫିକ ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ହୋଇଛି ।

ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥା ରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶରେ 5ଟି ସଚିବ ଶ୍ରୀ ଭିକେ ପାଣ୍ଡିଆନ ଆଜି ବଡି ଭୋରରୁ ଶିଶୁ ଭବନ ଛକ, ରବି ଟକିଜ ଛକ, କଳ୍ପନା ଛକ, ବେହେରା ସାହି ଛକ, ରସୁଲଗଡ ଛକ ଓ ଆଇଗିଣିଆ ଛକ ଆଦି ବୁଲି ଦେଖିବା ସହ ସ୍ଥିତି ଅନୁଧ୍ୟାନ କରିଥିଲେ । ଏଥିସହ ପ୍ରଶାସନ ଏବଂ ପୋଲିସର ବରିଷ୍ଠ ଅଧିକାରୀଙ୍କ ସହ ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ସମ୍ପର୍କରେ ଆଲୋଚନା କରିଥିଲେ ।

ଏହି ପରିଦର୍ଶନ ସମୟରେ ପୋଲିସ କମିଶନର ଶ୍ରୀ ଏସ ପ୍ରିୟଦର୍ଶୀ, ପୂର୍ତ ସଚିବ ଶ୍ରୀ ଭି ଭି ଯାଦବ, BMC କମିଶନର ଶ୍ରୀ କୁଳାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେ।

Leave a comment