କୋଭିଡ୍ ସଂକ୍ରମଣକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଟ୍ୱିଟ; ଏଯାଏଁ ବିପଦ ଟଳିନି; ମାସ୍କ ପିନ୍ଧନ୍ତୁ, ସଚେତନ ଓ ସୁରକ୍ଷିତ ରୁହନ୍ତୁ
କୋଭିଡ୍ ସଂକ୍ରମଣ ନେଇ ଆଜି ସଚେତନ ବାର୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଟ୍ବିଟ୍ କରି ରାଜ୍ୟବାସୀଙ୍କୁ ସଚେତନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ବିଟ୍ରେ ଲେଖିଛନ୍ତି ଯେ,’କୋଭିଡ୍ ମହାମାରୀର ବିପଦ ଏଯାଏଁ ଟଳି ନାହିଁ । ଏହାର ସଂକ୍ରମଣରୁ ନିଜକୁ ଏବଂ ଅନ୍ୟମାନଙ୍କୁ ସୁରକ୍ଷିତ ରଖିବା ପାଇଁ ମାସ୍କ ନିଶ୍ଚୟ ପିନ୍ଧନ୍ତୁ । ସଚେତନ ହୁଅନ୍ତୁ, ସୁରକ୍ଷିତ ରୁହନ୍ତୁ ।’କୋଭିଡ ମହାମାରୀର ବିପଦ ଏଯାଏଁ ଟଳି ନାହିଁ। ଏହାର ସଂକ୍ରମଣରୁ ନିଜକୁ ଏବଂ ଅନ୍ୟମାନଙ୍କୁ ସୁରକ୍ଷିତ ରଖିବା ପାଇଁ ମାସ୍କ ନିଶ୍ଚୟ ପିନ୍ଧନ୍ତୁ। ସଚେତନ ହୁଅନ୍ତୁ, ସୁରକ୍ଷିତ ରୁହନ୍ତୁ।
କୋଭିଡ ମହାମାରୀର ବିପଦ ଏଯାଏଁ ଟଳି ନାହିଁ। ଏହାର ସଂକ୍ରମଣରୁ ନିଜକୁ ଏବଂ ଅନ୍ୟମାନଙ୍କୁ ସୁରକ୍ଷିତ ରଖିବା ପାଇଁ ମାସ୍କ ନିଶ୍ଚୟ ପିନ୍ଧନ୍ତୁ। ସଚେତନ ହୁଅନ୍ତୁ, ସୁରକ୍ଷିତ ରୁହନ୍ତୁ। #OdishaFightsCorona pic.twitter.com/kbMDEqXtUl
— CMO Odisha (@CMO_Odisha) July 13, 2022
ସୂଚନାଯୋଗ୍ୟ ଯେ, ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୬ ଜଣ କ୍ବାରେଣ୍ଟାଇନ୍ରୁ ରହିଥିବା ବେଳେ ୩୦୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୮୭ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୫୩୨୮କୁ ବୃଦ୍ଧି ପାଇଛି ।