ଆଜି ମୁଖ୍ୟମନ୍ତ୍ରୀଙ୍କ ପାଟକୁରା ଗସ୍ତ କାର୍ଯ୍ୟକ୍ରମ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଯେକୌଣସି ମୁହୂର୍ତ୍ତରେ ଘୋଷଣା ହୋଇପାରେ ପାଟକୁରା ନିର୍ବାଚନ ତାରିଖ । ଏଥିପାଇଁ ସବୁ ଦଳର ପ୍ରାର୍ଥୀ ପ୍ରଚାର ଜୋରଦାର ଚଳାଇଛନ୍ତି । ତେବେ ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ପାଟକୁରାରେ ପହଞ୍ଚିଛନ୍ତି ଷ୍ଟାର ପ୍ରଚାରକ । ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ପାଇଁ ଭୁବନେଶ୍ବର ଏମପି ଅପରାଜିତା ଷଡ଼ଙ୍ଗୀ ପାଟକୁରାରେ ପ୍ରଚାର କରିଥିଲା ବେଳେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଟକୁରା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଆଜି ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ା ଗସ୍ତରେ ଯାଇ ବଳଦେବଜୀଉଙ୍କ ଦର୍ଶନ କରିବା ପରେ ପ୍ରଚାରରେ ସାମିଲ ହେବେ।

ଏହି ଅବସରରେ ପାଟକୁରାରେ ଆୟୋଜିତ ଏକ ବିଶାଳ ଜନସମାବେଶକୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି । ଏହି ଦଳୀୟ ସଭାରେ ନବୀନ ପାଟକୁରାରୁ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲଙ୍କ ପାଇଁ ଭୋଟ୍ ଭିକ୍ଷା କରିବେ ବୋଲି ଜଣାପଡ଼ିଛି । ଏହି ସଭାରେ ପ୍ରାୟ ୨୦ରୁ ୩୦ହଜାର ଲୋକଙ୍କୁ ଆଣିବା ପାଇଁ ବ୍ୟବସ୍ଥା କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

Leave a comment