ଆହତ ପୋଲିସଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

0

ଓଡିଶା ଫାଷ୍ଟ(ବ୍ୟୁରୋ): ଦୁର୍ଘଟଣାରେ ଆହତ ପୋଲିସ କର୍ମଚାରୀଙ୍କୁ ହସ୍ପିଟାଲରେ ଭେଟିଲେ ମୁଖ୍ୟମନ୍ତ୍ରୀ । ଆହତଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିବା ସହ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ । ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା କର୍ମଚାରୀଙ୍କ ପରିବାରକୁ ୫ଲକ୍ଷ ଟଙ୍କା ସହାୟତା ସହ ଆହତଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନକରିବେ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହେବାସହ ୩୫ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ଗୁରୁତର ଅଛି ।

ସୂଚନା ଅନୁଯାୟୀ, ଆଜି ସକାଳେ ଏନ୍‌ଏଚ୍‌-୪୯ରେ ବେଲପାହାଡ଼ର ଏକ ପେଟ୍ରୋଲ୍ ପମ୍ପ ନିକଟରେ ପୋଲିସ ଭ୍ୟାନ ଓ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣାରେ ପୋଲିସ ଭ୍ୟାନ୍‌ର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଛି । ଦୁର୍ଘଟଣାରେ ଆହତ ପୋଲିସ କର୍ମଚାରୀ ମାନଙ୍କୁ ଟିଆର୍‌ଏଲ୍ ହସ୍ପିଟାଲ ଓ ମଣ୍ଡଳିଆ ସ୍ଥିତ କେନ୍ଦ୍ରୀୟ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ସେଠାରେ ୪ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ପୋଲିସ ଭ୍ୟାନ୍‌ରେ ଥିବା ୪୦ ଜଣ ପୋଲିସ କର୍ମଚାରୀମାନେ ଝାରସୁଗୁଡ଼ା ଓଏସ୍‌ଏପି ସେକେଣ୍ଡ ବାଟାଲିଅନ୍‌ର । ସେମାନେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଝାରସୁଗୁଡ଼ାରୁ ବନହରପାଲି ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା ।

Leave a comment