ମୁଖ୍ୟମନ୍ତ୍ରୀଙ୍କ ୫ଦିନିଆ ଦିଲ୍ଲୀ ଗସ୍ତ କାର୍ଯ୍ୟକ୍ରମ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା କାଲି ଅପରାହ୍ନ ୧:୩୦ରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଏହି ୫ଦିନିଆ ଗ୍ରସ୍ତ ସମୟରେ ଏପ୍ରିଲ ୩୦ତାରିଖ ପୂର୍ବାହ୍ନ ୧୦ଟାରେ ନୂଆଦିଲ୍ଲୀର ବିଜ୍ଞାନଭବନ ପରିସରରେ ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ମିଳିତ ସମ୍ମିଳନୀରେ ଯୋଗ ଦେବା ସହ ୨ତାରିଖରେ ଭାରତ ସରକାରଙ୍କ ଅନୁମତି ଅପେକ୍ଷାରେ ପଡ଼ି ରହିଥିବା ରାଜ୍ୟର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିବେ ବୋଲି ସୂଚନା ମିଳିଛି । ୩ ତାରିଖ ଅପରାହ୍ନ ସାଢ଼େ ୧ଟାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି ।

ଅପରପକ୍ଷରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଚୟନ ଏବଂ ରାଜ୍ୟସଭା ସିଟ ନେଇ କେନ୍ଦ୍ର ସରକାରଙ୍କ ସହ କିଛି ଗୁପ୍ତ ବିଚାର କରାଯିବା ନେଇ ରାଜନୈତିକ ବିଶେଷଜ୍ଞ ଚର୍ଚ୍ଚା କରୁଛନ୍ତି ।

Leave a comment