କରୋନା ସ୍ଥିତି ନେଇ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ନବୀନ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ କରୋନା ସ୍ଥିତି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି । ଏଥିରେ ରଥଯାତ୍ରା ଆୟୋଜନ ନେଇ ମଧ୍ୟ ଆଲୋଚନା ହୋଇଥିବା ସୂଚନା ମିଳିଛି । ଓଡିଶାର ସ୍ଥିତି ଭଲ ଥିବାରୁ ପଶ୍ଚିମବଙ୍ଗରୁ ଫେରନ୍ତା ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛି । ପଶ୍ଚିମବଙ୍ଗ ସୀମାନ୍ତଙ୍କୁ ସରକାର ସିଲ କରିଛନ୍ତି । ଯେଉଁମାନେ ଓଡିଶା ଆସୁଛନ୍ତି ସେମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବା ଉପରେ ଗୁରୁତ୍ୱ ଦିଆଯାଇଛି । ସେହିଭଳି ରାଜ୍ୟରେ ଟେଷ୍ଟ କିଟ ସଂଖ୍ୟା କମ ଥିବାରୁ କେନ୍ଦ୍ର ସରକାର କିଟ ପଠାଇବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିବା ସୂଚନା ମିଳିଛି ।

ପ୍ରକାଶ ଥାଉକି, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ୩ ଜିଲ୍ଲାକୁ ସରକାର ସଟଡାଉନ ଘୋଷଣା କରିଛନ୍ତି । ପଶ୍ଚିମବଙ୍ଗ ଫେରନ୍ତା ସରକାରଙ୍କ ଚିନ୍ତା ବଢ଼ାଇଥିବାରୁ ସେ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ଏନେଇ ଅବଗତ କରିଥିବା ଜଣାପଡିଛି । ସେହିଭଳି ରାଜ୍ୟରେ କରୋନା ସ୍ଥିତି ଭଲ ଥିବାରୁ ପ୍ରଧାନମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିବା ସୂଚନା ମିଳିଛି ।

Leave a comment