ବିପର୍ଯ୍ୟୟ ପରିଚାଳନାରେ ଆଗୁଆ ପ୍ରସ୍ତୁତି, ତ୍ବରିତ ଉଦ୍ଧାର ଓ ପୁନର୍ଗଠନ ଜରୁରୀ – ମୁଖ୍ୟମନ୍ତ୍ରୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର ଓ ପୁନର୍ଗଠନ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଆଜି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ଏକ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଏସମ୍ପର୍କରେ ସୂଚନା ଦେଇଛନ୍ତି। ଭିଡିଓ କନଫ୍ରେନ୍ସିଂ ଯୋଗେ ହୋଇଥିବା ଏହି ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି, ବିରୋଧୀ ଦଳ ନେତା, ସାଂସଦ ଓ ବିଧାୟକଗଣ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ କି, ଆମର ପ୍ରସ୍ତୁତି ଗତିଶୀଳ, ସାମଗ୍ରିକ ଓ ଭାଗିଦାରୀ ମୂଳକ ହେବା ଉଚିତ। ଏନେଇ ପ୍ରଶାସନ ଅଭିଜ୍ଞତା ସହ ଏସଓପି ପ୍ରସ୍ତୁତ କରି ଏହାକୁ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ଜୁନରୁ ଅକ୍ଟୋବର ମାସ ଆମ ପାଇଁ ଖୁବ୍ ଗୁରୁତ୍ୱପୂର୍ଣ୍ଣ। ସେଥିପାଇଁ ଜୁନ୍ ପହିଲାରୁ ନଭେମ୍ବର ୩୦ ପର୍ଯ୍ୟନ୍ତ ପ୍ରତି ଜିଲ୍ଲା ସଦର ମହକୁମାରେ ନିୟନ୍ତ୍ରଣ କକ୍ଷ ଖୋଲାଯାଇ ୧୫ଟି ଅସ୍ଥାୟୀ ଭିଏଚଏଫ୍ ସ୍ଥାପନ ପାଇଁ ନିଷ୍ପତ୍ତି ନିଆଯାଇଛି। କରୋନା ମହାମାରୀ ରାଜ୍ୟବାସୀଙ୍କୁ ଗଭୀର ଭାବେ ପ୍ରଭାବିତ କରିଥିଲେ ମଧ୍ୟ ଏହାକୁ ନିୟନ୍ତ୍ରଣ କରିବା ପାଇଁ ଉଚିତ ପଦକ୍ଷେପ ନିଆଯାଇଥିବାରୁ ଓଡ଼ିଶା ଭଲ ସ୍ଥିତିରେ ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave a comment