ଆସନ୍ତା ୨୬ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆସନ୍ତା ୨୬ରେ ବାଲେଶ୍ଵର ଆସିବେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ । ଓଡ଼ିଶାର ଚତୁର୍ଥ ଓ ଶେଷ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର କରିବା ସହ ସାଧାରଣ ସଭାରେ ଦେବେ ଉଦବୋଧନ ।

ସୂଚନା ଅନୁଯାୟୀ, ଓଡ଼ିଶାର ଶେଷ ପର୍ଯ୍ୟାୟ ନିର୍ବାଚନ ଆସନ୍ତା ୨୯ତାରିଖରେ ଅନୁଷ୍ଠିତ ହେବ । ସେଥିପାଇଁ ସବୁଦଳ ଜୋରସୋରରେ ପ୍ରଚାର ଆରମ୍ଭ କଲେଣି । ଏହି କ୍ରମରେ ଆସନ୍ତା ୨୬ରେ ଓଡ଼ିଶା ଆସିବେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ । ବାଲେଶ୍ୱରର ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ସହ କଂଗ୍ରେସ କର୍ମୀଙ୍କୁ ଗୁରୁମନ୍ତ୍ର ଦେବେ ରାହୁଲ । ରାହୁଲ ଦଳୀୟ ସମାବେଶରେ କର୍ମୀ ଓ ନେତାଙ୍କୁ ସମ୍ବୋଧନ କରିବା ସହ ବିଭିନ୍ନ ବର୍ଗର ଲୋକଙ୍କୁ ସାକ୍ଷତ କରିବାର କାର୍ଯ୍ୟକ୍ରମ ରହିଛି ।

Leave a comment

You cannot copy content of this page