କରୋନା : ରାଜ୍ୟରେ ୧୯ ପଜିଟିଭ ଚିହ୍ନଟ

0

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୧ ଜଣ କ୍ୱାରେଣ୍ଟାଇନ୍ରୁ ଥିବାବେଳେ ୮ ଲୋକାଲ୍ କେସ୍ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି ।

୬ ଜିଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୯, ଝାରସୁଗୁଡାରୁ ୧ , କଟକରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି । ସୂଚନାଯୋଗ୍ୟ ଯେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୨,୮୮,୬୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୫୩ ଆକ୍ଟିଭ୍ କେସ ରହିଥିବା ବେଳେ ୧୨,୭୯,୩୦୭ ଜଣ ସୁସ୍ଥ ହୋଇଛନ୍ତି ।

Leave a comment