ରାଜ୍ୟରେ ଆଉ ୨୨୯ କରୋନା ଆକ୍ରାନ୍ତ ଚିହ୍ନଟ , ୭୫୪୫ରେ ପହଞ୍ଚିଲା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟରେ ଆଉ ୨୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫୪୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୩ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ୨୨୯ଜଣ କରୋନା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ , ବାଲେଶ୍ୱର ଜିଲ୍ଲାରୁ ୨୪ଜଣ, ବରଗଡ ଜିଲ୍ଲାରୁ ଜଣେ, ବଲଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୨ଜଣ, ଦେଓଗଡ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୯୫ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨୨ଜଣ , ଝାରସୁଗୁଡା ଜିଲ୍ଲାରୁ ୧୦, କେନ୍ଦୁଜର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୧ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୟାଗଡ ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୪ଜଣ ଓ ସୁନ୍ଦଗଡ ଜିଲ୍ଲାରୁ ୧୭ଜଣ ଚିହ୍ନଟ ହୋଇଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୫୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୫୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୫୩୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୨୫ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୮ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।