ରାଜ୍ୟରେ ଚିହ୍ନଟ ହେଲେ ୪୧୮୯ କରୋନା ସଂକ୍ରମିତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୧୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୮୩୧୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୫୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୮୮୩୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୧୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୪୯୩୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୬୦୪୧୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a comment