କରୋନା ସଂକ୍ରମଣ : ଦେଶରେ ଦୈନିକ ୫ ହଜାର ଟପିଲା

0

ନୂଆଦିଲ୍ଲୀ(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ କିଛି ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ହେଉଛି । ପୁଣି ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଇଛି । ଗତକାଲି ତୁଳନାରେ ଆଜିର ଦେଶରେ ୧୫ଶହ ସଂକ୍ରମିତ ମାମଲା ଅଧିକ ଆସିଛି । ଫଳରେ ଦୈନିକ ପଜିଟିଭିଟି ମାମଲା ୫ହଜାର ଟପିଛି । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୫ହଜାର ୨୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ କରୋନାରୁ ଆଉ ୩ହଜାର ୩୪୫ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । କରୋନା ଯୋଗୁ ଗତ ୨୪ ଘଣ୍ଟାରେ ଆଉ ୭ଜଣଙ୍କ ମୃତ୍ୟୁ ହୋଇଛି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮ ହଜାର ଟପିଛି । ଦେଶରେ ମୋଟ୍‌ ୨୮,୮୫୭ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି ।

ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ୫ଲକ୍ଷ ୨୪ ହଜାର ୭୧୫ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍‌ କରୋନାରୁ ସୁସ୍ଥ ହେଲେଣି ୪,୨୬,୩୬,୭୧୦ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ଏଯାଏ ୧୯୪.୪୩ ‌କୋଟି ଡୋଜ୍‌ ଟିକା ଦିଆସରିଲାଣି ।

Leave a comment