କୋଭିଡ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ରହିବେ ଉପସ୍ଥିତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟରେ କୋଭିଡ଼ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ସୋମବାର ଅପରାହ୍ନ ସାଢେ ୫ଟାରେ ରାଜ୍ୟର କୋଭିଡ଼ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ବୈଠକରେ ସ୍ୱାସ୍ଥ୍ୟ ବିଭାଗର ଏସିଏସ୍ ଆରେ, କେ ଶର୍ମାଙ୍କ ସହ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ ।

ଖବର ଅନୁଯାୟୀ, ରାଜ୍ୟରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୫ହଜାର ମୁହାଁ ହୋଇଛି । ଯାହାକୁ ନେଇ ଆକ୍ସନକୁ ଆସିଛନ୍ତି ସରକାର । ପୂର୍ବରୁ ରାଜ୍ୟରେ କୋଭିଡ଼ ସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ । ଏହାପରେ ସୋମବାର ଦିନ ରାଜ୍ୟରେ କୋଭିଡ଼ ସ୍ଥିତି ସଂପର୍କରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ, ସ୍ୱାସ୍ଥ୍ୟ ବିଭାଗର ଏସିଏସ୍‌ ଆରେ, କେ ଶର୍ମାଙ୍କ ସହ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ କରୋନା ଗ୍ରାଫ୍‌ ବୃଦ୍ଧିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ପୂର୍ବ ସମୀକ୍ଷା ବୈଠକରେ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଥିଲେ । ଏପରିକି ୧୦ ଦିନ ମଧ୍ୟରେ ସମସ୍ତ କୋଭିଡ଼ ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ ।

Leave a comment