ବାଂଲାଦେଶ, ମିଆଁମାର ଉପକୂଳ ଛୁଇଁବ ବାତ୍ୟା !

0

ପୂର୍ବାନୁମାନ ଅନୁସାରେ ଆଜି ସମୁଦ୍ରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । କାଲି ସୁଦ୍ଧା ଏହା ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ରହିଛି । ୧୦ ତାରିଖ ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବା ସହ ୧୨ ତାରିଖରେ ବାତ୍ୟାର ଗତିପଥ ପରିବର୍ତ୍ତନ ହେବ । ବାତ୍ୟାର ଗତିପଥ ବଦଳି ବାଂଲାଦେଶ, ମିଆଁମାର ମୁହାଁ ହେବ ବୋଲି ଆକଳନ କରାଯାଇଛି ।

ବାତ୍ୟା ବାଂଲାଦେଶ, ମିଆଁମାର ଉପକୂଳ ଛୁଇଁପାରେ । ଏଥିପାଇଁ ଅଣ୍ଡାମାନରେ ଆଜିଠୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେଉଛି । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ସହ ଉତ୍ତରପୂର୍ବ ବଙ୍ଗୋପସାଗର ଅଶାନ୍ତ ରହିବ । ବର୍ତ୍ତମାନ ସୁଦ୍ଧା ଉପକୂଳ ଓଡ଼ିଶା ପାଇଁ କୌଣସି ସତର୍କ ସୂଚନା ନାହିଁ ବୋଲି କହିଛନ୍ତି ଆଇଏମଡି ଡିଜି ।

ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟ ପାଇଁ ସେଭଳି କିଛି ନିଦିଷ୍ଟ ପାଣିପାଗର ସୂଚନା ନଥିବା ବେଳେ ରାଜ୍ୟର ଗୋଟିଏ କିମ୍ବା ଦୁଇଟି ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି । ଏହାସହ ୯ ଜିଲ୍ଲା ଯେମିତିକି ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର ଗଜପତି, ଗଂଜାମ, କନ୍ଧମାଳ, ମୟୁରଭଞ୍ଜ ଓ ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି କରଯାଇଛି ।

ବାତ୍ୟା ପାଇଁ ଦକ୍ଷିଣପୂର୍ବ ବଙ୍ଗୋପସାଗର, ଆଣ୍ଡାମାନ ଦୀପପୁଞ୍ଜ ଓ ଆଣ୍ଡାମାନ ସାଗର ଅଞ୍ଚଳରେ ସମୁଦ୍ର ଆଶାନ୍ତ ରହିବ । ସମୁଦ୍ର ଭିତରେ ପବନର ବେଗ ସର୍ବାଧିକ ଘଣ୍ଟା ପ୍ରତି ୮୦ କି.ମି ରହିପାରେ । ୧୦ ଓ ୧୧ ତାରିଖ ବେଳକୁ ଆହୁରି ଆଶାନ୍ତ ହୋଇପାରେ ସମୁଦ୍ର । ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁଯିବାକୁ ବାରଣ କରାଯାଇଛି ।

Leave a comment