ଦୀପାବଳି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କାଳୀପୂଜା ଓ ଦୀପାବଳି ଅବସରରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଲୋକର ପର୍ବ ସମସ୍ତଙ୍କ ଜୀବନରେ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ବୋଲି କାମନା କରିଛନ୍ତି ନବୀନ । ଏଥିସହ ସାବଧାନତା ଓ ସତର୍କତା ବଜାୟରଖି ଉତ୍ସବ ପାଳନ କରିବାକୁ ସେ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି, ” ‘ମା’ କାଳୀଙ୍କ ପୂଜା ଓ ଦୀପାବଳିର ପବିତ୍ର ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସାବଧାନତା ଓ ସତର୍କତା ବଜାୟ ରଖି ଉତ୍ସବରେ ସାମିଲ ହୁଅନ୍ତୁ। ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ। ଶୁଭଦୀପାବଳି । “

ବିଜେଡି ସାଂଗଠନିକ ସଂପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ମଧ୍ୟ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି । ଟ୍ୱିଟ୍ କରି  ସେ ରାଜ୍ୟବାସୀଙ୍କୁ କାଳୀପୂଜା ଓ ଦୀପାବଳିର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଆନନ୍ଦ ଓ ଆଲୋକର ପର୍ବ ସମସ୍ତଙ୍କ ଜୀବନକୁ ଆଲୋକିତ କରିବାକୁ କାମନା କରିଛନ୍ତି ପ୍ରଣବ।

Leave a comment