କରୋନା ମୁକାବିଲା ପାଇଁ ସହାୟତାର ହାତ ବଢାଇଲା ଓଡ଼ିଶା କଣ୍ଟ୍ରାକ୍ଟର ଆସୋସିଏସନ
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଅନୁଦାନ ପ୍ରଦାନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଅନୁଦାନ ପ୍ରଦାନ କରିଛି ଓଡ଼ିଶା କଣ୍ଟ୍ରାକ୍ଟର ଆସୋସିଏସନ । ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ତଥା ସାଧାରଣ ସମ୍ପାଦକ (ମୁଖ୍ୟାଳୟ) ସଞ୍ଜୟ ଦାସବର୍ମାଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆଜି ୩ଲକ୍ଷ ଟଙ୍କା ଚେକ ପ୍ରଦାନ କରାଯାଇଛି ।
ଏହି ଅବସରରେ ଓଡ଼ିଶା କଣ୍ଟ୍ରାକ୍ଟର ଆସୋସିଏସନର ସଭାପତି ଶ୍ରୀ ଗଣେଶ ଚନ୍ଦ୍ର ସାହୁ, ସାଧାରଣ ସମ୍ପାଦକ ଶ୍ରୀ ପ୍ରମୋଦ କୁମାର ରଥ, ଯୁଗ୍ମ ସମ୍ପାଦକ ଶ୍ରୀ ଦିଲ୍ଲୀପ କୁମାର ଜେନା ଓ କୋଷାଧ୍ୟକ୍ଷ ସତ୍ୟପ୍ରିୟ ଜେନା ପ୍ରମୁଖ ଉପସ୍ଥିତ ଥିଲେ ।