ଦିଲ୍ଲୀ ଅଭିମୁଖେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦିଲ୍ଲୀ ଅଭିମୁଖେ ଏନଡିଏ ରାଷ୍ଟପ୍ରତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଭୁବନେଶ୍ବର ବିମାନବନ୍ଦରରେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ବିମାନ ବନ୍ଦରରେ ତାଙ୍କୁ ପାରମ୍ପରିକ ଆଦିବାସୀ ନାଚ ଗୀତରେ ତାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଯିବା ସମୟରେ ତାଙ୍କ ସହ ଭୁବନେଶ୍ବର ଜିଲ୍ଲା ସଭାପତି ବାବୁ ସିଂହଙ୍କ ସମେତ ବହୁ ନେତା, ଶୁଭେଚ୍ଛୁ ଓ ସମର୍ଥକ ଉପସ୍ଥିତ ଥିଲେ।
ତାଙ୍କ ସହ ୬ଜଣ ବିଜେପି ବିଧାୟକ ବି ଦିଲ୍ଲୀ ଯାଉଥିବାର ଖବର ମିଳିଛି। ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିବା ପୂର୍ବରୁ ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ସହଯୋଗ କାମନା କରିଛନ୍ତି ଦ୍ରୌପଦୀ ମୁର୍ମୁ। ଆସନ୍ତାକାଲି ସେ ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ଜଣାଯାଇଛି। ଓଡ଼ିଶା ଭବନରେ ରହିବା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହ ମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି ।