୬ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଗଭୀର ଶୋକ ପ୍ରକାଶ ସହ ୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଯାଜପୁର ରୋଡ ଷ୍ଟେସନରେ କଟି ୬ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେହିପରି ୨ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେବା ସହ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

 

Leave a comment