ଉଦଘାଟିତ ହେଲା ଫକୀର ମୋହନ ମେଡିକାଲ କଲେଜ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ୧୧:୩୦ରେ ବାଲେଶ୍ୱରରେ ଫକୀର ମୋହନ ମେଡିକାଲ କଲେଜ ଓ ହସ୍ପିଟାଲ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି । ଏହି ଉଦଘାଟନ ଉତ୍ସବରେ କେନ୍ଦ୍ର ସ୍ୱାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ ଚୌବେ ଓ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା ଉପସ୍ଥିତ ଥିଲେ ।
ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା ଉଦଘାଟନୀ ସମାରୋହକୁ ସମ୍ବୋଧିତ କରି କହିଛନ୍ତି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଏହି ମେଡିକାଲ କଲେଜ ପ୍ରତିଷ୍ଠା ହୋଇପାରିଛି । ସେହିପରି କେନ୍ଦ୍ର ସ୍ୱାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ ଚୌବେ ସଭାକୁ ସମ୍ବୋଧିତ କରି କହିଛନ୍ତି କି ଆଗକୁ ରାଜ୍ୟର ଭଦ୍ରକ, ପୁରୀ ଓ ଯାଜପୁରରେ ମେଡିକାଲ କଲେଜ ଖୋଲାଯିବ ବୋଲି ଘୋଷଣା କରିଛନ୍ତି ।
ଏହି ମେଡିକାଲ କଲେଜ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ନାମରେ ନାମିତ କରାଯାଇଛି । ଏହି କଲେଜ ପାଇଁ କେନ୍ଦ୍ର ସରକାର ୬୫ କୋଟି ଓ ରାଜ୍ୟ ସରକାର ୧୩୦ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି । ରାଜ୍ୟରେ ମେଡିକାଲ ସିଟ୍ ସଂଖ୍ୟା ୪ଶହରୁ ଏକ ହଜାରକୁ ବଢିଛି । ଏହି କଲେଜ ବାଲେଶ୍ୱର ଜିଲ୍ଲା ସମେତ ଆଖପାଖ ଅଞ୍ଚଳର ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇପାରିବା ।