ପ୍ଲାଷ୍ଟିକ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ, ୩୦ଲକ୍ଷରୁ ଉର୍ଦ୍ଧ ଟଙ୍କାର ସମ୍ପତ୍ତି ନଷ୍ଟ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପ୍ଲାଷ୍ଟିକ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ । ୩୦ଲକ୍ଷରୁ ଉର୍ଦ୍ଧ ଟଙ୍କାର ସମ୍ପତ୍ତି ନଷ୍ଟ । ଏଭଳି ଏକ ଅଭାବନୀୟ ଘଟଣା ବାଲେଶ୍ୱର ଜିଲ୍ଲା ସିମୁଳିଆ ବ୍ଲକ୍ ଅନ୍ତର୍ଗତ କହ୍ନେଇବିନ୍ଧା ପଞ୍ଚାୟତର ତିରୁଖା ଗାଁରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ।

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ସିମୁଳିଆ ବ୍ଲକ କହ୍ନେଇବିନ୍ଧା ପଞ୍ଚାୟତର ତିରୁଖା ଗାଁର ଥିବା ଶ୍ୟାମ ସୁନ୍ଦର ଦାସଙ୍କ ପ୍ଲାଷ୍ଟିକ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ୩୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି । ଖବର ପାଇ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଏହି ଅଗ୍ନିକାଣ୍ଡ ସର୍ଟ ସର୍କିଟରୁ ହୋଇଥିବା ଅନୁମାନ କରୁଥିବା ବେଳେ ଏହି ଦୁର୍ଘଟଣାରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି ।

Leave a comment