ସ୍ୱାଧିନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକ ଆଉ ନାହାନ୍ତି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୂର୍ବତନ ସାଂସଦ, ପଦ୍ମଶ୍ରୀ ଏବଂ ସ୍ୱାଧିନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଗୁରୁବାର ସନ୍ଧ୍ୟାରେ କ୍ୟାପିଟାଲ ହସ୍ପିଟାଲରେ ଭବାନୀ ଚରଣ ପଟ୍ଟନାୟକଙ୍କର ପରଲୋକ ହୋଇଯାଇଛି। ତେବେ ମୃତ୍ୟୁ ବେଳକୁ ତାଙ୍କ ବୟସ ୯୮ ହୋଇଥିଲା। ଶ୍ରୀ ପଟ୍ଟନାୟକ ଜଣେ ଆଗଧାଡ଼ିର ସ୍ୱାଧୀନତା ସଂଗ୍ରାମୀ ଥିବା ବେଳେ ସାଂସଦ ଭାବେ ୩ ଥର ରାଜ୍ୟସଭାକୁ ମନୋନୀତ ହୋଇଥିଲେ। ସେ ୧୯୬୧, ୧୯୬୬ ଓ ୧୯୭୮ରେ ରାଜ୍ୟସଭାକୁ ସାଂସଦ ଭାବେ ମନୋନୀତ ହୋଇଥିଲେ। ଶ୍ରୀ ପଟ୍ଟନାୟକ ଥିଲେ କଂଗ୍ରେସ ଦଳର ଜଣେ ପୁରୁଖା ନେତା। ସେ ୨୦୧୮ରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯାଇଥିଲା।
ସ୍ୱର୍ଗତ ଭବାନୀ ପଟ୍ଟନାୟକ ୧୯୨୨ ମସିହା ମାର୍ଚ୍ଚ ୧୧ ତାରିଖରେ ପୁରୀ ଜିଲ୍ଲା ନିମାପଡ଼ା ବ୍ଳକ ଅନ୍ତର୍ଗତ ଅନ୍ଧିଆ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ଶ୍ରୀ ପଟ୍ଟନାୟକଙ୍କ ବିୟୋଗରେ ରାଜ୍ୟ ଜଣେ ବର୍ଷୀୟାନ୍ ନେତାଙ୍କୁ ହରାଇବା ସହ କଂଗ୍ରେସ ଦଳ ଜଣେ ପୁରୁଖା ନେତାଙ୍କୁ ହରାଇଲା। ଶ୍ରୀ ପଟ୍ଟନାୟକଙ୍କ ବିୟୋଗରେ ସବୁ ମହଲରୁ ଶୋକ ପ୍ରକାଶ ପାଇଥିବା ବେଳେ ଦଳମତ ନିର୍ବିଶେଷରେ ବହୁ ନେତା ତାଙ୍କର ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ତାଙ୍କ ବିୟୋଗରେ ଶୋକପ୍ରକାଶ କରିଛନ୍ତି ।