ଘଷିପୁରା ହିଂସା, ୮ଜଣକୁ ଗିରଫ କଲା ପୋଲିସ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଘଷିପୁରା ହିଂସା ଘଟଣାରେ ୮ଜଣକୁ ଗିରଫ କଲା ରାମଚନ୍ଦ୍ରପୁର ପୋଲିସ ।

ସୂଚନା ଅନୁଯାୟୀ, ଗତକାଲି ଘସିପୁରାର ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଭଣ୍ଡାରୀପଡ଼ା ଛକ ନିକଟରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ ତାଙ୍କ ସମର୍ଥକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରାଯାଇଥିଲା । ଘଷିପୁରା କଂଗ୍ରେସ ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିବା ସାନଖେମୁଣ୍ଡିର କଂଗ୍ରେସ ବିଧାୟକ ପ୍ରାର୍ଥୀ ରମେଶ ଜେନାଙ୍କ ଗାଡ଼ି ଉପରକୁ ମଧ୍ୟ ଆକ୍ରମଣ ହୋଇଥିଲା । ଏହି ଆକ୍ରମଣରେ ୧୦ରୁ ଅଧିକ କଂଗ୍ରେସ କର୍ମୀ ଆହତ ହୋଇଥିଲେ । ବିଜେଡି କର୍ମୀ ଏହି ଆକ୍ରମଣ କରିଥିବା ନିରଞ୍ଜନ ରାମଚନ୍ଦ୍ରପୁର ଥାନାରେ ଅଭିଯୋଗ କରିଥିଲେ । ଏହି ଅଭିଯୋଗକୁ ଆଧାର କରି ରାମଚନ୍ଦ୍ରପୁର ପୋଲିସ ୮ଜଣଙ୍କୁ ଗିରଫ କରିଥିବା ସୂଚନା ମିଳିଛି ।

Leave a comment