କମିଲା ସୁନା ଦର

ନୂଆଦିଲ୍ଲୀ : କମିଲା ସୁନା ଦର। ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ଗତକାଲି ଭାରତୀୟ ବଜାରରେ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୨୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ଅପରିବର୍ତ୍ତିତ ରହି ୫୨,୫୯୦ ଟଙ୍କା ରହିଥିଲା। କିନ୍ତୁ ଆଜି ଏହି ଦାମ୍ରେ ବଡ ପରିବର୍ତ୍ତନ ହୋଇଛି। ଆଜି ୨୨ କ୍ୟାରେଟ୍ ସୁନା ଦାମ୍ ୪୭,୯୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦାମ ୫୨,୩୧୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୭,୯୫୦ ଟଙ୍କା ଓ ୫୨, ୩୧୦ ଟଙ୍କା ହୋଇଛି।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୯୫୦ ଟଙ୍କା ଓ ୫୨, ୩୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୯୫୦ ଟଙ୍କା ଓ ୫୨,୫୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୮, ୧୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨, ୬୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୯୫୦ ଟଙ୍କା ଓ ୫୨, ୩୧୦ ଟଙ୍କା ରହିଛି । ଆଜି ରୁପା ମୂଲ୍ୟ ବି କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୮,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।