ଚାଲିଗଲେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡା; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ରଥଯାତ୍ରାରେ ଆରପାରିକୁ ଚାଲିଗଲେ ବରିଷ୍ଠ ଫଟୋ ସାମ୍ବାଦିକ । ସଡ଼କ ଦୁର୍ଘଟଣାରେ ଚାଲିଗଲା ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ଜୀବନ । ପୁରୀ ଯାଉଥିବା ବେଳେ ସାତଶଙ୍ଖ ନିକଟରେ ଦୁର୍ଘଟଣାର ଶିକାର । ରଥଯାତ୍ରାର ଖବର ସଂଗ୍ରହ ପାଇଁ ପୁରୀ ଯାଉଥିବା ବେଳେ ଘଟିଛି ଦୁର୍ଘଟଣା ।
ତେବେ ବରିଷ୍ଠ ଫଟୋ ଖବରଦାତା ଅଶୋକ ପଣ୍ଡାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।
ଏନେଇ ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡା ଦୁର୍ଘଟଣାରେ ପ୍ରାଣ ହରାଇଥିବା ଖବର ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।
ଖବର ଅନୁଯାୟୀ, ରଥଯାତ୍ରାରେ ଖବର ସଂଗ୍ରହ ଲାଗି ପୁରୀ ଅଭିମୁଖେ ଯାଉଥିଲେ ଫଟୋ ସାମ୍ବାଦିକ ଅଶୋକ ପଣ୍ଡା । ସାତସଙ୍ଖ ନିକଟରେ ସଡକ ଦୁର୍ଘଟଣାରେ ଅଶୋକଙ୍କ ମୃତ୍ୟୁ ହୋଇଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୫୨ ବର୍ଷ ହୋଇଥିବା ବୋଲି ସୂଚନା ମିଳିଛି । ତେବେ ମୃତ୍ୟୁ ଖବର ଶୁଣି ପରିବାରରେ ଦୁଃଖର ମାହୋଲ ସୃଷ୍ଟି ହୋଇଛି । ଏବେ ଅଶୋକ ପଣ୍ଡାଙ୍କ ମରଶରୀରକୁ ଏବେ କ୍ୟାପିଟାଲ ହସ୍ପିଟାଲକୁ ଅଣାଯାଇଛି। ପୋଷ୍ଟମର୍ଟମ ହେବା ପରେ ତାଙ୍କର ମରଶରୀର ପରିବାରକୁ ହସ୍ତାନ୍ତର କରାଯିବ। ସ୍ଵର୍ଗତ ପଣ୍ଡାଙ୍କ ଘର ମୟୁରଭଞ୍ଜ ଜିଲ୍ଲାର ବୈଶିଙ୍ଗାରେ ବୋଲି ଜଣାପଡିଛି ।