୨୮ ପର୍ଯ୍ୟନ୍ତ ପ୍ରବଳ ବର୍ଷା, ୧୧ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଉତ୍ତର ବଙ୍ଗୋପ ସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଛି। ଏହାର ପ୍ରଭାବରେ ଅଗଷ୍ଟ ୨୮ ପର୍ଯ୍ୟନ୍ତ ପ୍ରବଳବର୍ଷା ହେବ। ତେଣୁ ରାଜ୍ୟର ୧୧ଟି ଜିଲ୍ଲା ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଓଡ଼ିଶାର ୮ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ପୂର୍ବାନୁମାନ କରାଯାଇଛି। ଆଜି ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡିଶା ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ଜିଲ୍ଲାରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା ଜଗତସିଂହପୁର, କେନ୍ଦୁଝର ଏବଂ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଶେଷକରି ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ।

Leave a comment