ଆଜି ୧୯ ଜିଲ୍ଲାରେ ଘଡଘଡି ସହ ବର୍ଷା

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଆଜି ରାଜ୍ୟର ୧୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୭ ତାରିଖରୁ ବର୍ଷା ବଢ଼ିବ । ୧୨ରେ ଲଘୁଚାପ ସୃଷ୍ଟି ହେବାନେଇ ପାଣିପାଗ ବିଭାଗ ପୂର୍ଵନୁମାନ କରିଛି। ଯାହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୧୩ରୁ ପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି।
ଆସନ୍ତାକାଲି ମଧ୍ୟ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କନ୍ଧମାଳ, ଢ଼େଙ୍କାନାଳ ଓ ବୌଦ୍ଧ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗବିତ୍ ଉମାଶଙ୍କର ଦାସ ପୂର୍ବାନୁମାନ କରିଛନ୍ତି । ତେବେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ସେ ଆକଳନ କରିଛନ୍ତି ।