ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ ପଜିଟିଭ୍ ଚିହ୍ନଟ

0

ଭୁବନେଶ୍ଵର (ଓଡ଼ିଶା ଫାଷ୍ଟ ବ୍ୟୁରୋ) ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩୪ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍‌ରୁ ୯ଜଣ ରହିଛନ୍ତି ।

Leave a comment