ଦ୍ୱିତୀୟ ପର୍ଯ୍ୟାୟରେ ୫୩୨ଟି ସ୍କୁଲର ରୂପାନ୍ତରଣର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ଵର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ୫ଟି ଜିଲ୍ଲାରେ ୫୩୨ଟି ସ୍କୁଲର ରୂପାନ୍ତରଣ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍‌ସିଂ ମାଧ୍ୟମରେ କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଛନ୍ତି। ଏଥିରେ ମୟୂରଭଞ୍ଜର ୩୩୯, ସୋନପୁରର ୪୧, ବୌଦ୍ଧର ୨୪, ମାଲକାନଗିରିର ୪୭ ଓ ଖୋର୍ଦ୍ଧା ଜିଲ୍ଲାର ୮୧ଟି ସ୍କୁଲ ରହିଛି। ମୟୂରଭଞ୍ଜର ୨ଟି ମ୍ୟୁନିସିପାଲଟି, ୨ଟି ଏନ୍‌ଏସି ଓ ୨୬ଟି ବ୍ଲକର ୩୩୯ଟି ରୁପାନ୍ତରିତ ହୋଇଛି। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧ ହଜାର ୭୫ଟି ସ୍କୁଲର ରୂପାନ୍ତରଣ ହୋଇଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି। ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି। ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ। ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର।

Leave a comment