କେନ୍ଦୁପତ୍ର ସଂଗ୍ରହ ମୂଲ୍ୟରେ ବୃଦ୍ଧି

0

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟ ସରକାରଙ୍କ ନିଷ୍ପତ୍ତି । କେନ୍ଦୁପତ୍ର ସଂଗ୍ରହ ମୂଲ୍ୟରେ ବୃଦ୍ଧି । ଉପକୃତ ହେବେ ୭.୫୦ ଲକ୍ଷ କେନ୍ଦୁପତ୍ର ତୋଳାଳୀ ପାଇବେ ୨୪୦ କୋଟି ଟଙ୍କା । ବୋନସ ଓ ଅନ୍ୟାନ୍ୟ ଭତ୍ତା ପାଇଁ ୧୨୦ କୋଟି ଟଙ୍କା ମଞ୍ଜୁର । ଉପକୃତ ହେବେ ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟ କର୍ମଚାରୀ ।

ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨ ଫସଲ ବର୍ଷ ପାଇଁ ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ ଅଂଚଳରେ କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ରେ ବୃଦ୍ଧି କରାଯାଇଛି ।

ଏହାଦ୍ଵାରା ରାଜ୍ୟରେ ୭.୫୦ ଲକ୍ଷ ଗରୀବ କେନ୍ଦୁପତ୍ର ତୋଳାଳୀ ୨୪୦ କୋଟି ଟଙ୍କାର ଅଧିକ ରୋଜଗାର ପାଇପାରିବେ । ଏମାନଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ଜନଜାତି ମହିଳା । ଏହାସହିତ ରାଜ୍ୟ ସରକାରଙ୍କ ପକ୍ଷରୁ ବୋନସ ଓ ବିଭିନ୍ନ ଭତ୍ତା ବାବଦରେ ମଧ୍ୟ୍ୟ ୧୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହାଦ୍ଵାରା ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ ଉପକୃତ ହେବେ ।

Leave a comment