କୋଭିଡ୍ ସଂକ୍ରମଣ ବୃଦ୍ଧି : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୧ ପଜିଟିଭ୍

0

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ପୁଣିଥରେ କୋଭିଡ୍ ସଂକ୍ରମଣ ମାମଲା ବୃଦ୍ଧି ପାଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଅନୁସାରେ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୦ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୨୧ ଜଣ ରହିଛନ୍ତି ସ୍ଥାନୀୟ ସଂକ୍ରମିତ। ସେହିପରି ୧୮ ବର୍ଷ ବୟସ ମଧ୍ୟରେ ରହିଛନ୍ତି ୬ ଜଣ ସଂକ୍ରମିତ । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୮୫୧କୁ ବୃଦ୍ଧି ପାଇଛି ।

ବାଲେଶ୍ୱରରୁ ୪, ବୌଦ୍ଧରୁ ୧, କଟକରୁ ୩, ଗଞ୍ଜାମରୁ ୧, ଜଗତସିଂହପୁରରୁ ୨, ଝାରସୁଗୁଡାରୁ ୧, ଖୋର୍ଦ୍ଧାରୁ ୨୬, ନୟାଗଡରୁ ୨, ନୂଆପଡାରୁ ୧, ସମ୍ବଲପୁରରୁ ୧, ସୁନ୍ଦରଗଡରୁ ୨ ଓ ଷ୍ଟେଟ ପୁଲରୁ ୭ ଜଣ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୨୮୮୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୪୩୩ଜଣ ସୁସ୍ଥ ହୋଇଛନ୍ତି ।

Leave a comment