ରାଜ୍ୟରେ ବୃଦ୍ଧି ପାଉଛି ସଂକ୍ରମଣ: ୨୪ ଘଣ୍ଟାରେ ୭୩ ସଂକ୍ରମିତ

0

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ୭୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪ ଜଣ କ୍ୱାରେଣ୍ଟାଇନରୁ ରହିଥିବା ବେଳେ ୨୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ୧୮ ବର୍ଷରୁ କମ ବୟସର ୧୧ ଜଣ ସଂକ୍ରମିତ ରହିଛନ୍ତି । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୦୬୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।

ବଲାଙ୍ଗୀରରୁ ୧, କଟକରୁ ୪, କେନ୍ଦ୍ରାପଡାରୁ ୧, ଖୋର୍ଦ୍ଧାରୁ ୪୧, ନୂଆପଡାରୁ ୬, ପୁରୀରୁ ୬, ସମ୍ବଲପୁରରୁ ୧, ସୁନ୍ଦରଗଡରୁ ୩ ଓ ଷ୍ଟେଟ ପୁଲରୁ ୧୦ ଜଣ ରହିଛନ୍ତି । ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୦୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୫୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୫୩୫ ଜଣ ସୁସ୍ଥ ହୋଇଛନ୍ତି ।

Leave a comment