ରାଜ୍ୟରେ ଅସ୍ତବ୍ୟସ୍ତ କଲାଣି ତାତି: ଟିଟିଲାଗଡ ସର୍ବାଧିକ ଉତ୍ତପ୍ତ ସହର

0

ଭୁବନେଶ୍ୱର : ରାଜ୍ୟରେ ଅସ୍ତବ୍ୟସ୍ତ କଲାଣି ତାତି । ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ସର୍ବୋଚ୍ଚ ତାପମାତ୍ରା ସ୍ୱାଭାବିକଠୁ ୨ ରୁ ୩ ଡିଗ୍ରୀ ଅଧିକ ରହୁଥିବା ବେଳେ ଆଗାମୀ ଦିନରେ ବି ୩ ଡିଗ୍ରୀ ପର୍ଯ୍ୟନ୍ତ ତାତି ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚଆର ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ।
ରାଜ୍ୟରେ ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ ସେଲସିୟସ ତାତି ବଢିବ । ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ଏଭଳି ପାଗ ରହିବ । ଗୁରୁବାର ଟିଟିଲାଗଡ ଥିଲା ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର । ସେଠାରେ ୪୧.୪ ଡିଗ୍ରୀ ରହିଥିଲା ତାପମାତ୍ରା । ସେହିପରି ୧୨ଟି ସହରର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ଉପରେ ରହିଥିଲା । ବଲାଙ୍ଗୀରରେ ସର୍ବୋଚ୍ଚ ତାପମାତ୍ରା ୪୧.୩ ଡିଗ୍ରୀ ରହିଥିବା ବେଳେ ସମ୍ବଲପୁର ଓ ବୌଦ୍ଧରେ ୪୦ ଡିଗ୍ରୀ ରହିଥିଲା ।

Leave a comment