ସୌମ୍ୟରଂଜନ ପଟ୍ଟନାୟକ କରୋନା ପଜିଟିଭ୍

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ସମ୍ବାଦ’ର ସଂପାଦକ ତଥା ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆଜି ଟୁଇଟ୍ କରି ନିଜେ ସୌମ୍ୟରଂଜନ ଏହି ସୂଚନା ଦେଇଛନ୍ତି। ସେ ଟୁଇଟ୍ କରି କହିଛନ୍ତି, ‘ମୁଁ ଆଜି କରୋନା ପଜିଟିଭ ହେଇଥିବା କଥା ଜଣାପଡ଼ିଛି । ମୁଁ ସୁସ୍ଥ ଅଛି । ଗତ ସପ୍ତାହରେ ମୋ ସଂସ୍ପର୍ଶରେ ଆସିଥିବା ବନ୍ଧୁମାନଙ୍କୁ ଡାକ୍ତରୀ ପରାମର୍ଶ ନେବାପାଇଁ ଅନୁରୋଧ କରୁଛି ।’ ସୂଚନାଯୋଗ୍ୟ, ପୂର୍ବରୁ ରାଜ୍ୟର ୪ ଜଣ ବିଧାୟକ କରୋନା ଆକ୍ରାନ୍ତ ହୋଇ ସୁସ୍ଥ ହୋଇଛନ୍ତି। ଏଥିପୂର୍ବରୁ ବାଲେଶ୍ବର ଜିଲ୍ଲାର ନୀଳଗିରି ଓ ରେମୁଣା, କଟକ ଜିଲ୍ଲାର ସାଲେପୁର ଓ ଗଞ୍ଜାମ ଜିଲ୍ଲାର ପୋଲସରା ବିଧାୟକ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ ।

Leave a comment

You cannot copy content of this page