ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ଉଦଘାଟନ କଲେ ଖାରବେଳ ଭବନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଉଦଘାଟିତ ହେଲା ଖାରବେଳ ଭବନ । ଏହାର ଉଦଘାଟନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଛନ୍ତି । ଏହି ଖାରବେଳ ଭବନରେ ୧୧ସରକାରୀ କାର୍ଯ୍ୟାଳୟ କାର୍ଯ୍ୟ କରିବ ।
ସୂଚନା ଅନୁଯାୟୀ, ଦେଶର ୭୩ତମ ସ୍ୱାଧୀନତା ଦିବସ ଅବସରରେ ରାଜ୍ୟରେ ୧୨୮ କୋଟି ଟଙ୍କାରେ ନିର୍ମିତ ଖାରବେଳ ଭବନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ସନ୍ଧ୍ୟାରେ ଉଦଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ନୂତନ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆଦିତ୍ୟ ପ୍ରସାଦ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ।