ଆଜିଠୁ ଖୋଲିଲା ବିଶ୍ବ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିଲା ବିଶ୍ବ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର। ଏଏସଆଇ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି। କରୋନା ସଂକ୍ରମଣ ଯୋଗୁଁ ସୂର୍ଯ୍ୟ ମନ୍ଦିର ବନ୍ଦ ରହିଥିଲା। ମାର୍ଚ୍ଚ ୧୬ ତାରିଖରୁ ସୂର୍ଯ୍ୟ ମନ୍ଦିରକୁ ପ୍ରତ୍ନତତ୍ତ୍ବ ବିଭାଗ ପକ୍ଷରୁ ବନ୍ଦ କରିଦିଆଯାଇଥିଲା। ମଙ୍ଗଳବାର ସକାଳ ୬ଟାରୁ ସୂର୍ଯ୍ୟ ମନ୍ଦିର ଗେଟ୍ ଖୋଲାଯାଇଛି । ଦିନକୁ ଅଢେଇ ହଜାର ପର୍ଯ୍ୟଟକ କୋଣାର୍କ ମନ୍ଦିର ପରିଦର୍ଶନ କରିବେ ବୋଲି ଅନୁମତି ମିଳିଛି। ତେବେ ମନ୍ଦିର ଭିତରକୁ ପ୍ରବେଶ ପାଇଁ ମାସ୍କ, ସାନିଟାଇଜର ଓ ସାମାଜିକ ଦୂରତ୍ବ ପାଳନ କରିବା ଉପରେ ଗୁରୁତ୍ବ ଦିଆଯିବ।