ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୨୪ ସୁଦ୍ଧା ନେବ ବାତ୍ୟାର ରୂପ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ଲଘୁଚାପ କ୍ଷେତ୍ର ସକ୍ରିୟ ହୋଇଛି । ୨୪ ତାରିଖ ସୁଦ୍ଧା ଏହା ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ଵନୁମାନ କରିଛି। ଏହା କ୍ରମଶଃ ଘନୀଭୂତ ହୋଇ ଅତି ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହେବ । ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବ ବୋଲି ଜଣାପଡ଼ିଛି । ୨୬ ତାରିଖ ସକାଳେ ପଶ୍ଚିମବଙ୍ଗ ଏବଂ ତତସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳ ଓ ବାଂଲାଦେଶ ଉପକୂଳକୁ ଏହା ଛୁଇଁବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ବାତ୍ୟା ପ୍ରଭାବରେ ୨୪ ତାରିଖରୁ ପବନ ଆରମ୍ଭ ହେବ । ୨୫ ତାରିଖରେ ଓଡ଼ିଶା ଉପକୂଳ ଜିଲ୍ଲାରେ ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।