ଆଜି ରତ୍ନବେଦିକୁ ବାହୁଡୁଛନ୍ତି ତିନିଠାକୁର

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ଶ୍ରୀଜୀଉଙ୍କ ବାହୁଡ଼ା ଯାତ୍ରା । ଜନ୍ମବେଦିରୁ ରତ୍ନବେଦିକୁ ବାହୁଡୁଛନ୍ତି ତିନିଠାକୁର । ଏନେଇ ପ୍ରଥମେ ମହାପ୍ରଭୁ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଥିଲା ।

ପୂର୍ବାହ୍ନ ୯.୧୫ରେ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇ ୯.୩୦ରେ ରଥାରୂଢ଼ ହୋଇଛନ୍ତି । ଏହାପରେ ବଳଭଦ୍ର ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁଯାୟୀ, ଶୁକ୍ରବାର ଭୋର ୪ଟାରେ ମଙ୍ଗଳ ଆଳତି ଅନୁଷ୍ଠିତ ହୋଇଥିଲା । ପୂର୍ବାହ୍ନ ୧୧ଟା ୪୫ରେ ମଙ୍ଗଳାର୍ପଣ ହୋଇ ୧୨ଟାରେ ବାହୁଡା ପହଣ୍ଡି ଆରମ୍ଭ ହେବ ବୋଲି ସ୍ଥିର ହୋଇଥିଲା ବେଳେ ନୀତି ସଅଳ ହେବା ଯୋଗୁ ୯ଟା ୩୦ ସୁଦ୍ଧା ସୁଦର୍ଶନ ରଥାରୂଢ଼ ସୋଇସାରିଛନ୍ତି ।

ଅପରାହ୍ନ ସାଢେ ୨ଟାରୁ ସାଢେ ୩ଟା ମଧ୍ୟରେ ଛେରାପହଁରା ନୀତି ବଢି ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ଲାଗି ନୀତି ନିର୍ଘଣ୍ଟ ହୋଇଛି । ରଥଟଣା ସରିବା ପରେ ରଥ ଉପରେ ମହାପ୍ରଭୁଙ୍କ ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ । ବାହୁଡା ପରଦିନ ଅର୍ଥାତ୍‌ ଶନିବାର ସୁନାବେଶ ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

ସୂଚନାଥାଉ କି, ବାହୁଡ଼ା ଯାତ୍ରା ପ୍ରସ୍ତୁତି ପାଇଁ ସନ୍ଧ୍ୟା ଦର୍ଶନ ରାତି ୮ଟାରୁ ବନ୍ଦ କରାଯାଇଥିଲା । ଏହାପରେ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଶୋଧ କରାଯାଇଥିଲା । ଆଡ଼ପ ମଣ୍ଡପରେ ଚତୁର୍ଦ୍ଧାବିଗ୍ରହଙ୍କ ପହୁଡ ଆଳତି ସରିବା ପରେ ଶ୍ରୀମୁଖ ଖଣ୍ଡୁଆ ନୀତି ସମ୍ପନ୍ନ ହୋଇଥିଲା । ବାହୁଟକଣ୍ଟ, ଚାରବନ୍ଧା ଓ କୁସୁମୀ ଲାଗି ନୀତି ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିଲା ।

Leave a comment