ମମିତା ମେହେର ହତ୍ୟା ଘଟଣା : ବଙ୍ଗୋମୁଣ୍ଡା JMFC କୋର୍ଟରେ ଅଭିଯୁକ୍ତ ଗୋବିନ୍ଦ ଓ ସହଯୋଗୀ ରାଧେ ହାଜର
ବହୁ ଚର୍ଚ୍ଚିତ ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାର ହତ୍ୟାକାରୀ ଗୋବିନ୍ଦ ସାହୁ ଏବଂ ତାର ସହଯୋଗୀ ରାଧେଶ୍ୟାମ ଚଣ୍ଡୀ କୋର୍ଟରେ ହାଜର । ଭିଡିଓ କନଫରେନ୍ସିଂ ମାଧ୍ୟମରେ ବଙ୍ଗୋମୁଣ୍ଡା ଜେଏମଏଫସି କୋର୍ଟରେ ହାଜର କରାଯାଇଛି । ସୁରକ୍ଷା ବ୍ୟବସ୍ଥା ଦୃଷ୍ଟିରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ କୋର୍ଟରେ ହାଜର କରାଯାଇଥିବା କହିଛନ୍ତି ସରକାରୀ ଓକିଲ ବାସୁଦେବ ରାୟ । ନଭେମ୍ବର ୧୫ରେ ପୁଣି ଦୁଇ ଗିରଫ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯିବ । ଗୋବିନ୍ଦ ସାହୁ ମମିତାକୁ ହତ୍ୟା କରିଥିବା ପୋଲିସ ଆଗରେ ସ୍ବୀକାର କରିଥିବା ବେଳେ ତାର ସହଯୋଗୀ ରାଧେଶ୍ୟାମକୁ ମଧ୍ୟ ଗିରଫ କରିଛି । ଗିରଫ ଦୁଇ ଜଣ ବର୍ତ୍ତମାନ ସମୟରେ କଣ୍ଟାବାଞ୍ଜି ଉପ-କାରଗାରରେ ରଖାଯାଇଛି ।