ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଅନ୍ତରୀଣ ଜାମିନ
ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ଦୁଇ ସପ୍ତାହ ପାଇଁ ଏହି ଅନ୍ତରୀଣ ଜାମିନ ପ୍ରଦାନ କରାଯାଇଛି। ତେବେ ତାଙ୍କ ପୁଅ ଏବଂ ପତ୍ନୀଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍ ନଥିବା ବେଳେ, ଏନେଇ ସେ ଜାମିନ ଆବେଦନ କରିଥିବା ବେଳେ, ମାନ୍ୟବର କୋର୍ଟ ତାଙ୍କୁ ଜାମିନ ଦେଇଛନ୍ତି ।
ପୂର୍ବରୁ ଫେବୃଆରୀ ୧୧ ତାରିଖରେ ମମିତା ମେହେର ହତ୍ୟା ଘଟଣାରେ ଚାର୍ଜସିଟ ଦାଖଲ କରିଥିଲା ବଲାଙ୍ଗୀର ପୋଲିସ । ବଙ୍ଗୋମୁଣ୍ଡା JMFC କୋର୍ଟରେ ଚାର୍ଜସିଟ ଦାଖଲ କରିଥିଲା ପୋଲିସ। ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ରାଧେଶ୍ୟାମ ନାଁରେ ଚାର୍ଜସିଟ ଦାଖଲ ହୋଇଥିଲା । ୧୨୦ ଦିନ ପୂର୍ବରୁ ବଲାଙ୍ଗୀର ପୋଲିସ କୋର୍ଟରେ ଚାର୍ଜସିଟ ଦାଖଲ କରିଥିଲା । ୨ ହଜାର ପୃଷ୍ଠାର ଚାର୍ଜସିଟ ଦାଖଲ କରିଥିବା ସୂଚନା ମିଳିଥିଲା ।
କଳାହାଣ୍ଡି ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାର ମୋଷ୍ଟ ଓ୍ବାଣ୍ଟେଡ ଗୋବିନ୍ଦ ସାହୁ ଗିରଫ । ଫେରାର ଥିବା ଗୋବିନ୍ଦ ସାହୁଙ୍କୁ ସିନ୍ଦେକେଲା ଥାନା ବୁଢୀପଦର ଗାଁର ଏକ ଆଖୁ କିଆରୀରୁ ଗିରଫ କଲା ବଲାଙ୍ଗୀର ପୋଲିସ । ଟ୍ବିଟ୍ କରି ବଲାଂଗୀର ଏସପି ସୂଚନା ଦେଇଛନ୍ତି ।