ଆସନ୍ତାକାଲିଠୁ ମାଟ୍ରିକ ପରୀକ୍ଷା; ପରୀକ୍ଷା କେନ୍ଦ୍ରକୁ ଯିବାବେଳେ ଶିକ୍ଷକମାନେ ମୋବାଇଲ କରିବେ ସ୍ୱିଚ୍ ଅଫ୍

ଆସନ୍ତାକାଲିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେଉଛି। କାଲିଠାରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୧୭ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ଆଜି ବୋର୍ଡ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ବୋର୍ଡ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ପରୀକ୍ଷା ୮ଟାରୁ ଆରମ୍ଭ ହୋଇ ୧୦ଟାରେ ଶେଷ ହେବ। ପ୍ରଥମ ଦିନରେ ପିଲାମାନେ ଘଣ୍ଟାଏ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ।
ପରୀକ୍ଷାର୍ଥୀମାନେ ପରୀକ୍ଷା କେନ୍ଦ୍ରକୁ ଯିବା ବେଳେ ସାଙ୍ଗରେ ଆଡମାଟ୍ କାର୍ଡ, ବ୍ଲ୍ୟୁ ଓ ବ୍ଲାକ୍ ପେନ୍, ଓ ପେନ୍ସିଲ୍ ଜେମେଟ୍ରିବକ୍ସ ବକ୍ସ ନେଇଯିବେ। ଅନ୍ୟ ଜିନିଷ ପରୀକ୍ଷାକେନ୍ଦ୍ରକୁ ପିଲାମାନେ ନେଇ ଯାଇପାରିବେ ନାହିଁ। ଏହାସହ ଶିକ୍ଷକମାନେ ପରୀକ୍ଷା କେନ୍ଦ୍ରକୁ ଯିବାବେଳେ ମୋବାଇଲ ସ୍ୱିଚ୍ ଅଫ୍ ମୋଡରେ ନିର୍ଦ୍ଦିଷ୍ଟ ସ୍ଥାନରେ ରହିବ।