୧୮ରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

0

ଆସନ୍ତା ୧୮ରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ବୋର୍ଡ ପରୀକ୍ଷା ଫଳ ପ୍ରକାଶନ ତାରିଖକୁ ଆଜି ଘୋଷଣା କରିଛନ୍ତି ବୋର୍ଡ଼ ଉପ-ସଭାପତି। ଏନେଇ ଆଜି ଦିନ ୧୧.୩୦ରେ ତାରିଖ ଘୋଷଣା ହୋଇଛି। ତେବେ ଗୁରୁବାର ଦିନ ୧୦ଟାରେ ଓଡିଶା ବୋର୍ଡର ୱେବସାଇଟରେ ଉପଲବ୍ଧ ହେବ ଏହି ରେଜଲ୍ଟ।

ମାଟ୍ରିକ ସହିତ ସଂସ୍କୃତ ମଧ୍ୟମା ଏବଂ ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ। ଦିନ ୧୨ଟା ସୁଦ୍ଧା ଛାତ୍ରଛାତ୍ରୀ ସେମାନଙ୍କର ରେଜଲ୍ଟ ଜାଣିପାରିବେ।

ପୂର୍ବରୁ, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ମେ ମାସ ଶେଷ ସୁଦ୍ଧା ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ ବୋଲି ସୂଚନା ଦେଇଥିଲେ। ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ରେ ଶେଷ ହୋଇଥିଲା ମାଟ୍ରିକ ବୋର୍ଡ ପରୀକ୍ଷା। ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହେଉଥିବାବେଳେ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ପରୀକ୍ଷା ଖାତା ମୂଲ୍ୟାୟନ କରିଥିଲେ।

ଖବର ଅନୁସାରେ, ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି। ତ୍ରୁଟିଶୂନ୍ୟ ରେଜଲ୍ଟ ପ୍ରକାଶନ ନେଇ ପ୍ରକ୍ରିୟା ଜାରି ରହିଥିବା ସୂଚନା ଦେଇଥିଲେ ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତି। ପରୀକ୍ଷାର ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବା ନେଇ ନିର୍ଦ୍ଦେଶ ରହିଥିବା ସୂଚନା ଦେଇଥିଲେ ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତି।

Leave a comment