କାଲିଠାରୁ ମାଟ୍ରିକ ପରୀକ୍ଷା, ବଢୁଛି ହାର୍ଟବିଟ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆସନ୍ତାକାଲିଠାରୁ ଆରମ୍ଭ ହେବ ଚଳିତବର୍ଷର ମାଟ୍ରିକ୍‍ ପରୀକ୍ଷା । ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତବର୍ଷ ୫ ଲକ୍ଷ ୪୭ ହଜାର ୭୮୩ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବା ପାଇଁ ଫର୍ମପୂରଣ କରିଛନ୍ତି। ଏଥିପାଇଁ ମୋଟ୍‍ ୨ ହଜାର ୭୬୩ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ପରୀକ୍ଷା ଖାତା ଗଚ୍ଛିତ ରଖିବା ପାଇଁ ୩୦୭ଟି ନୋଡାଲ୍‍ କେନ୍ଦ୍ର ହୋଇଥିବା ବେଳେ ଅତି ସମ୍ବେଦନଶୀଳ ଅଞ୍ଚଳରେ ୨୨ଟି ନୋଡାଲ କେନ୍ଦ୍ର ଥାନାରେ କରାଯାଇଛି।
ସେଥିମଧ୍ୟରୁ କୋରାପୁଟ ଜିଲ୍ଲାରେ ୫ଟି, କନ୍ଧମାଳ ଜିଲ୍ଲାରେ ୭ଟି ଏବଂ ମାଲକାନଗିରି ଜିଲ୍ଲାରେ ୧୦ଟି କେନ୍ଦ୍ର ରହିଛି। ପରୀକ୍ଷା ପରିଚାଳନାକୁ ସ୍ୱଚ୍ଛ କରିବା ପାଇଁ ଏକହଜାର ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ଲଗାଯିବା ସହ ସ୍କ୍ୱାର୍ଡ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

Leave a comment

You cannot copy content of this page