ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ : ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ଵର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ଏନେଇ ସୁଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ରେଜଲ୍ଟ ନେଇ ବୋର୍ଡ଼ କର୍ତ୍ତୁପକ୍ଷଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି ।
ଚଳିତବର୍ଷ ମାର୍ଚ୍ଚ ୨୯ରୁ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ୫ଲକ୍ଷ ୩୮ ହଜାର ପିଲା ମାଟ୍ରିକ୍ ପରୀକ୍ଷା ଦେଇଥିଲେ । ମେ ୧୦ ତାରିଖ ଯାଏଁ ଚାଲିଥିଲା ପରୀକ୍ଷା । ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ଅବ୍ ଜେକ୍ଟିଭ୍ ପରୀକ୍ଷା ସକାଳ ୮ଟାରୁ ୯ଟା ଓ ପାର୍ଟ-୨ ସବ୍ ଜେକ୍ଟିଭ୍ ୯ଟାରୁ ୧୦ଟା ପର୍ୟ୍ୟାନ୍ତ ଚାଲିଥିଲା । ପରୀକ୍ଷା କେନ୍ଦ୍ରରେ ମୋବାଇଲକୁ କଡ଼ାକଡ଼ି ବାରଣ କରାଯାଇଥିଲା ।