ଆଗକୁ ୩ ଡିଗ୍ରୀ ଯାଏଁ ବଢି ପାରେ ପାରଦ!

0

ଭୁବନେଶ୍ୱର : ଆହୁରି ତାତିବ ଆଭ୍ୟନ୍ତରୀଣ ଓଡ଼ିଶା । ସ୍ୱାଭାବିକଠୁ ୨ରୁ ୩ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ ବୋଲି ପାରିପାଗବିତ୍‌ ପୂର୍ବାନୁମାନ କରିଛନ୍ତି ।

ଶନିବାର ରାଜ୍ୟର ୧୩ଟି ସହରର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ୍‌ ଉପରେ ରହିଥିଲା । ସେଥି ମଧ୍ୟରୁ ଅଧିକାଂଶ ଜିଲ୍ଲା ଆଭ୍ୟନ୍ତରୀଣ ଓଡ଼ିଶାର । ତେବେ ଊଭୟ ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରେ ସର୍ବୋଚ୍ଚ ତାପମାତ୍ରା ୪୧.୫ ଡିଗ୍ରୀ ସେଲସିୟସ୍‌ ରହିଥିଲା । ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱାଭାବିକଠୁ ୨ରୁ ୩ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେହିପରି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ତେବେ ରାଜ୍ୟର ଅନ୍ୟ ସ୍ଥାନଗୁଡିକରେ ପାଗ ଶୁଖିଲା ରହିବ ବୋଲି କେନ୍ଦ୍ର ଆକଳନ କରିଛି।

Leave a comment